ଏହି ମାସରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ
ରାଜ୍ୟରେ ପିଡିଏସ୍ ହିତାଧିକାରୀଙ୍କୁ ଗହମ ମିଳିବା ବନ୍ଦ ରହିଥିଲା। ହେଲେ ଆସନ୍ତା ବର୍ଷରୁ ସେମାନଙ୍କୁ ଚାଉଳ ସହ ଗହମ ମିଳିବ । ଜାନୁଆରୀ ପ୍ରଥମ ସପ୍ତାହରୁ ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ ବୋଲି ଗୁରୁବାର ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।
ମନ୍ତ୍ରୀ କହିଛନ୍ତି, କିଛି ହିତାଧିକାରୀ ଗହମ ଚାହୁଁଥିବା ବେଳେ କିଛି ଚାହୁଁନାହାନ୍ତି। ଏବେ ଗହମ ଆସିଛି, ସରକାରୀସ୍ତରରେ କାମ ବାକି ଥିବାରୁ ୨ ମାସ ବିଳମ୍ବ ହେବ ।
କେଉଁ ଜିଲାକୁ କେତେ ଗହମ ଆବଶ୍ୟକ ତାହାର ତଥ୍ୟ ସମ୍ପୃକ୍ତ ଜିଲାର ଜିଲାପାଳ ଦେବେ । ଅନ୍ୟପକ୍ଷରେ ୮୫% ରାସନକାର୍ଡରେ ଇ-କେୱାଇସି ଶେଷ ହୋଇଛି । ପୂରା ଶେଷ ହେବାକୁ ଆଉ ୧୫ ଦିନ ଲାଗିବ । ୧୬ ଲକ୍ଷରୁ ଉର୍ଦ୍ଧ୍ୱ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହେଲେଣି ବୋଲି ସେ ସୂଚନା ଦେଇଛନ୍ତି ।
Related posts:
ନବୀନଙ୍କ ବଡ଼ ପ୍ରତିକ୍ରିୟା: ବିଜେଡି ରାଜ୍ୟର ସ୍ବାର୍ଥ ପାଇଁ ଲଢ଼େଇ କରୁଥିଲାDecember 6, 2024
ଭିଜିଲାନ୍ସ ଜାଲରେ ଏସିଏଫ୍December 6, 2024
ଅପହରଣ ପରେ ହତ୍ଯା କଲେ ମାଓବାଦୀDecember 5, 2024
ସର୍ବସାଧାରଣ ସ୍ଥାନରେ ଗୋମାଂସ ବିକ୍ରି ଓ ଖାଇବାରେ କଟକଣାDecember 5, 2024
ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନDecember 5, 2024
ନୌସେନା ଦିବସ ଉଦଘାଟନ କଲେ ରାଷ୍ଟ୍ରପତିDecember 4, 2024