ହସ୍ପିଟାଲରେ ସାଉଥ ସୁପରଷ୍ଟାର
ହସ୍ପିଟାଲରେ ଭର୍ତ୍ତି ହେଲେ ସାଉଥ ସୁପରଷ୍ଟାର ରଜନୀକାନ୍ତ । ପେଟରେ ଯନ୍ତ୍ରଣା ଅନୁଭବ କରିବାରୁ ବିଳମ୍ବିତ ରାତିରେ ତାଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଡାକ୍ତରଖାନା ପକ୍ଷରୁ ସୂଚନା ଦିଆଯାଇଛି । ରଜନୀକାନ୍ତଙ୍କର ହୃଦଘାତ ଜନିତ ସମସ୍ୟା ଥିବାରୁ ହୃଦ୍ରୋଗ ବିଶେଷଜ୍ଞଙ୍କଠାରୁ ଅନୁମତି ନିଆଯାଇଛି । ଆଜି ତାଙ୍କ ଡାକ୍ତରୀ ପରୀକ୍ଷା କରାଯିବ । ତେବେ ଆଜି ସନ୍ଧ୍ୟା ସୁଦ୍ଧା ସେ ଡିସଚାର୍ଜ ହୋଇପାରନ୍ତି।
ରଜନୀକାନ୍ତ ଅସୁସ୍ଥ ଥିବା ନେଇ ଖବର ପ୍ରସାରିତ ହେବା ପରେ ସୋସିଆଲ ମିଡିଆରେ ଦୁଃଖ ପ୍ରକାଶ କରିଛନ୍ତି ଫ୍ୟାନ୍ସ । ରଜନୀକାନ୍ତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି ।ତେବେ ରଜନୀକାନ୍ତଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ତାଙ୍କ ପରିବାର ପକ୍ଷରୁ କୌଣସି ସ୍ପଷ୍ଟୀକରଣ ଦିଆଯାଇନାହିଁ ।