ରାଜ୍ୟ

ଗରିବ ପରିବାରର ଝିଅଙ୍କ ବିବାହ କରିବେ ରାଜ୍ୟ ସରକାର

0
(0)

ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା । ଗରିବ ପରିବାରର ଝିଅଙ୍କ ବିବାହ କରିବେ ରାଜ୍ୟ ସରକାର। ଏଥିପାଇଁ ରାଜ୍ୟ ବଜେଟରେ ୧୨ କୋଟିର ବ୍ୟୟ ବରାଦ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ( ସୋମବାର) ରାଜ୍ୟ ବଜେଟ୍‌ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ ଅନ୍ୟାନ୍ୟ ଯୋଜନାର ଘୋଷଣା ବେଳେ ଏହି ‘ କନ୍ୟା ବିବାହ ଯୋଜନା’ ଆରମ୍ଭ କରିବା ନେଇ ବ୍ୟୟ ବରାଦ କରିଛନ୍ତି।

ଏହି ନୂଆ ଯୋଜନାରେ ରାଜ୍ୟର ଗରିବ ଶ୍ରେଣୀୟ ଝିଅମାନେ ଉପକୃତ ହେବେ। ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ୨ ଲକ୍ଷ ୯୦ ହଜାର କୋଟିର ବଜେଟ ଆଗତ କରିଛନ୍ତି। ରାଜ୍ୟରେ ବିଜେପି ସରକାର ଆସିବା ପରେ ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍।

ଏହାସହ ସୁଭଦ୍ରା ଯୋଜନାକୁ ନେଇ ବଜେଟରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଯାଏ ୪ ହଜାର ୯୦୦ କୋଟି ହିତାଧିକାରୀ ପାଇ ସାରିଲେଣି । ଆଗକୁ କିଶୋରୀ ସୁଭଦ୍ରା, ସୁଭଦ୍ରା ସଞ୍ଚୟ କାର୍ଯ୍ୟକାରୀ ହେବ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE