ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରୀଙ୍କ ଏମ୍ସରେ ମୃତ୍ୟୁ
ବାଲେଶ୍ୱର ଏଫଏମ୍ କଲେଜରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରୀଙ୍କ ଭୁବନେଶ୍ୱର ଏମ୍ସରେ ମୃତ୍ୟୁ ଘଟିଛି । ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଥିଲେ ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଥିଲା । ଛାତ୍ରୀଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ରହିଥିଲା । ଏହାସହ ଆଗାମୀ ୨୪ ଘଣ୍ଟା ବେଶ ଗୁରୁତ୍ବପୂର୍ଣ୍ଣ ବୋଲି ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ବାସ ପୂର୍ବରୁ ସୂଚନା ଦେଇଥିଲେ । ହେଲେ ବର୍ତ୍ତମାନ ଛାତ୍ରୀ ଜଣକଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।
