ରାଜ୍ୟ

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲା ପଢିବେ ନୂଆ ବହି

0
(0)

ଖୁବଶୀଘ୍ର ରାଜ୍ୟର ବିଦ୍ୟାଳୟଗୁଡ଼ିକରେ ପାଠ୍ୟକ୍ରମ ବା ସିଲାବସ୍ ପରିବର୍ତ୍ତନ ହେବାକୁ ଯାଉଛି । ଫଳରେ ଆଗାମୀ ଦିନରେ ପିଲାମାନେ ଆଉ ପୁରୁଣା ବହି ପଢିବେ ନାହିଁ, ବରଂ ସେମାନଙ୍କ ପାଇଁ ନୂଆ ବହିର ବ୍ୟବସ୍ଥା କରାଯିବ । ପ୍ରଥମ ଶ୍ରେଣୀରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପାଠ୍ୟପୁସ୍ତକ ପରିବର୍ତ୍ତନ କରିବା ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି ।

ବିଧାନସଭାରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପାଠ୍ୟକ୍ରମ ପରିବର୍ତ୍ତନ ସମ୍ପର୍କରେ ଗୃହରେ ଏକ ପ୍ରଶ୍ନ ପଚାରିଥିଲେ । ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ଯେ, ରାଜ୍ୟର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ପରିଚାଳିତ ହେଉଥିବା ସ୍କୁଲଗୁଡ଼ିକର ପାଠ୍ୟପୁସ୍ତକରେ ପରିବର୍ତ୍ତନ ଆଣିବା ପାଇଁ ସରକାରଙ୍କ ପରିକଳ୍ପନା ରହିଛି ।

ତେବେ ଏହି ପରିବର୍ତ୍ତନ ତୁରନ୍ତ ଲାଗୁ ହେବ ନାହିଁ । ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଏଥିପାଇଁ ପ୍ରସ୍ତୁତି ପ୍ରକ୍ରିୟା ଜାରି ରହିଛି ଏବଂ ପର୍ଯ୍ୟାୟ କ୍ରମେ ଏହି ନୂତନ ପାଠ୍ୟକ୍ରମକୁ ଲାଗୁ କରାଯିବ । ଶିକ୍ଷା ବ୍ୟବସ୍ଥାରେ ସମୟୋପଯୋଗୀ ସୁଧାର ଆଣିବା ଏବଂ ଛାତ୍ରଛାତ୍ରୀଙ୍କୁ ଉନ୍ନତମାନର ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ସରକାର ପାଠ୍ୟପୁସ୍ତକ ବଦଳାଇବାକୁ ନିଷ୍ପତ୍ତି ନେଇଛନ୍ତି ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE