ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଦ୍ବିତୀୟ କିସ୍ତି
ସୁଭଦ୍ରା ଯୋଜନାକୁ ନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ ଘୋଷଣା। ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଦ୍ବିତୀୟ କିସ୍ତି । ଆନ୍ତର୍ଜାତିକ ମହିଳା ଦିବସରେ ସଶକ୍ତ ହେଲେ ମହିଳା। ଏକ କୋଟିରୁ ଅଧିକ ମହିଳାଙ୍କ ପାଖରେ ପହଞ୍ଚିବ ସୁଭଦ୍ରା ଟଙ୍କା ।
ବ୍ରହ୍ମପୁରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଘୋଷଣା କରିଛନ୍ତି । ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା ଖାତାକୁ ଆସିସାରିଛି।
୪ର୍ଥ ପର୍ୟ୍ୟାୟରେ ୧୮ ଲକ୍ଷରୁ ଉର୍ଦ୍ଧ୍ବ ମହିଳାଙ୍କୁ ମିଳିଛି ଟଙ୍କା । ଆଉ କିଛି ହିତାଧିକାରୀ ବାକି ରହିଥିବା ବେଳେ ସେମାନଙ୍କୁ ମଧ୍ୟ ସୁଭଦ୍ରା କିସ୍ତି ମିଳିବା ନେଇ ସୂଚନା ଦେଇସାରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।