ମୋଦିଙ୍କ ଜନ୍ମଦିନରେ ଫୋନ୍ କରି କଥା ହେଲେ ଟ୍ରମ୍ପ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହୋଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଜନ୍ମଦିନ ଅବସରରେ ମୋଦୀଙ୍କୁ ଶୁଭେଚ୍ଛା ଜଣାଇବା ସହ ରୁଷ-ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ଆଲୋଚନା କରିଛନ୍ତି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ତାଙ୍କ କଥାବାର୍ତ୍ତା ଖୁବ ଭଲ ଥିଲା ଏବଂ ସେ ନିଜ ବନ୍ଧୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ।
ଏହା ସହିତ ରୁଷିଆ-ୟୁକ୍ରେନ ଯୁଦ୍ଧ ଶେଷ କରିବାରେ ସହଯୋଗ ପାଇଁ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଟ୍ରମ୍ପ PM ମୋଦୀଙ୍କୁ ତାଙ୍କ ୭୫ତମ ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ ଫୋନ୍ କରି ଶୁଭେଚ୍ଛା ଜଣାଇଥିଲେ ।
ଶୁଳ୍କ ପ୍ରସଙ୍ଗରେ ଉଭୟ ଦେଶ ମଧ୍ୟରେ ବିବାଦ ରହିଛି । ଏହାସତ୍ତ୍ୱେ ଭାରତ ସହିତ ସମ୍ପର୍କ ସୁଧାରିବା ପାଇଁ ଏହା ଆମେରିକାର ଏକ ପ୍ରୟାସ ଭାବରେ ଗୁରୁତ୍ୱପୂର୍ଣ୍ଣ ସଙ୍କେତ ଦେଉଛି ।
