ସ୍ୱତନ୍ତ୍ର

ଉତ୍କଳ ଦିବସ ପଛର ଇତିହାସ

0
(0)

ଆଜି ଉତ୍କଳ ଦିବସ ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବ ଏବଂ ଗୌରବର ବିଷୟ । ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ। ଅନେକ ବରପୁତ୍ରଙ୍କ ଅବଦାନ ଯୋଗୁ ଏହା ସମ୍ଭବ ହୋଇପାରିଥିଲା। ଏହାକୁ ମନେ ପକାଇବା ଲାଗି ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। କଟକ ସାଲେପୁର ସତ୍ୟଭାମାପୁରରେ ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହର ଆୟୋଜନ କରାଯାଉଛି ।

ଊନବିଂଶ ଶତାବ୍ଦୀରେ ପାଶ୍ଚାତ୍ୟ ଶିକ୍ଷା ଓ ଛାପାଖାନାର ପ୍ରସାର ଫଳରେ ଓଡ଼ିଆ ଭାଷା ଓ ସଂସ୍କୃତି ବିପନ୍ନ ହୋଇପଡ଼ିଲା। ଓଡ଼ିଶାକୁ ବଙ୍ଗ ପ୍ରଦେଶରେ ସାମିଲ କରିବାର ଚକ୍ରାନ୍ତ ହୋଇଥିଲା। ତେଲୁଗୁମାନେ ମଧ୍ୟ ଦକ୍ଷିଣ ଓଡ଼ିଶାରେ ଆଧିପତ୍ୟ ବିସ୍ତାର ପାଇଁ ଉଦ୍ୟମ କରିଥିଲେ।

ଏହି ପରିସ୍ଥିତିରେ ଓଡ଼ିଆ ଭାଷାଭାଷୀ ଅଞ୍ଚଳଗୁଡ଼ିକର ଏକତ୍ରୀକରଣ ପାଇଁ ଆନ୍ଦୋଳନ ଆରମ୍ଭ ହୋଇଥିଲା। ଏଥିପାଇଁ ୧୯୦୩ରେ ଉତ୍କଳ ସମ୍ମିଳନୀ ଗଠିତ ହୋଇଥିଲା। ଉତ୍କଳଗୌରବ ମଧୁସୂଦନ ଦାସଙ୍କ ନେତୃତ୍ୱ ତଥା ବହୁ ରାଜା ଓ ଜମିଦାରଙ୍କ ସହଯୋଗରେ ଭାଷା ଆନ୍ଦୋଳନ ତୀବ୍ରତର ହୋଇଥିଲା। ଓଡ଼ିଶା ଗଠନରେ ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ, ପଣ୍ଡିତ ନୀଳକଣ୍ଠ ଦାସ, କବିବର ରାଧାନାଥ ରାୟ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦେବ, ସ୍ୱଭାବକବି ଗଙ୍ଗାଧର ମେହେର ପ୍ରମୁଖଙ୍କ ଅବଦାନ ଅବିସ୍ମରଣୀୟ। ପ୍ରାୟ ପାଞ୍ଚ ଶହ ବର୍ଷ ସୀମାହୀନ, ଜାତିହୀନ ଓ ଭାଷାହୀନ ଅବସ୍ଥାରେ ରହିବା ପରେ ୧୯୩୬ ଏପ୍ରିଲ୍ ପହିଲାରେ ଓଡ଼ିଶା ଏକାଠି ହୋଇଥିଲା।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE