ଖଣି ଉପନିର୍ଦ୍ଦେଶକଙ୍କ ଘରେ ପଶିଲା ଭିଜିଲାନ୍ସ; ୮ଟି ସ୍ଥାନରେ ଚଢ଼ାଉ
ତାଳଚେର ଖଣି ଉପ ନିର୍ଦ୍ଦେଶକଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।
ଧରଣୀଧରଙ୍କ ତାଳଚେର ଅଫିସ, ସରକାରୀ ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର, ଭୁବନେଶ୍ୱର ପଟିଆରେ ଥିବା ଘର, ସିଂକୁଳବାହାଲରେ ଥିବା ମାର୍କେଟ କଂପ୍ଲେକ୍ସ ଓ କେନ୍ଦୁଝର ପଣ୍ଡାପଡ଼ା ଥାନା ପୁରମୁଣ୍ଡାରେ ଥିବା ଶ୍ୱଶୁର ଘର ସମେତ ୮ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ ଧରଣୀଧରଙ୍କ ଘରୁ ୫ ଲକ୍ଷ ୬୦ ହଜାର ଟଙ୍କା ଜବତ ହୋଇ ଥିବା ସୂଚନା ରହିଛି।
ଖଣି ଉପନିର୍ଦ୍ଦେଶକ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଥିଲା। ଧରଣୀଧର ବାଲିଆ ମାଫିଆ ଓ ପଥର ମାଫିଆଙ୍କୁ ଅନୁକମ୍ପା ଦେଖାଇ ତାଙ୍କ ନିକଟରୁ ମୋଟା ଅଙ୍କର ଟଙ୍କା ନେଉଥିବା ତାଙ୍କ ନାଁରେ ଅଭିଯୋଗ ହୋଇଥିଲା।
Related posts:
ବାରହା ଜାଲରେ ବାଘNovember 7, 2024
ଚଳିତ ବର୍ଷ ଉଭୟ ଉପର ଓ ତଳ ପଡିଆରେ ହେବ ବାଲିଯାତ୍ରାNovember 7, 2024
ଖସିଲା ସୁନା ଦର, ଦୋକାନରେ ଲାଗିଲା ଭିଡ଼November 7, 2024
ଏହି ମାସରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମNovember 7, 2024
ପୂର୍ଣ୍ଣିମା ଆଲୋକରେ ହେବ ହାତୀ ଗଣନାNovember 7, 2024
ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭNovember 7, 2024