ମିଳିବ ୧୮୦ଦିନର ମାତୃତ୍ଵ ଛୁଟି
ଜଣେ ମହିଳା ସରକାରୀ କର୍ମଚାରୀ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନ ଥାଇ ପରବର୍ତ୍ତୀ ସମୟରେ ସେବାରେ ଯୋଗ ଦେବା ପରେ ମାତୃତ୍ଵ ଛୁଟି ଉପଲବ୍ଧ କରିବା ଉପରେ ମଧ୍ୟ ଦ୍ୱନ୍ଦ୍ବ ଥିଲା । ସେ ସମସ୍ୟା ମଧ୍ୟ ଦୂର ହୋଇ ପାରିଛି । ଏହା ସହିତ ଗର୍ଭପାତ, ଜନ୍ମିତ ଶିଶୁର ମୃତ୍ୟୁ ଓ ମୃତ ଶିଶୁ ଜନ୍ମ କ୍ଷେତ୍ରରେ ମଧ୍ୟ ଛୁଟି ନେବାର ନିର୍ଦ୍ଦିଷ୍ଟ ନିୟମ କରାଯାଇଛି ।
ନୂତନ ନିଷ୍ପତ୍ତି ଅନୁଯାୟୀ, ସମ୍ଭାବ୍ୟ ପ୍ରସବ ତାରିଖର (Expected Delivery Date) ତିନି ମାସ ପୂର୍ବରୁ ଏବଂ ପ୍ରସବ ତାରିଖର ଛଅ ମାସ ମଧ୍ୟରେ, ଜଣେ ମହିଳା ସରକାରୀ କର୍ମଚାରୀ ୧୮୦ ଦିନର ମାତୃତ୍ଵ ଛୁଟି ନେଇପାରିବେ ।
କିନ୍ତୁ ଜଣେ ମହିଳା ସରକାରୀ କର୍ମଚାରୀ ଯିଏ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନଥିଲେ, ସେ ସରକାରୀ ସେବାରେ ଯୋଗ ଦେବା ପରେ, ତାଙ୍କର ଶିଶୁକୁ ଛଅ ମାସ ହେବା ପର୍ଯ୍ୟନ୍ତ ମାତୃତ୍ଵ ଛୁଟି ନେଇପାରିବେ । ତେଣୁ ଏହି କ୍ଷେତ୍ରରେ, ମାତୃତ୍ବ ଛୁଟି ୧୮୦ ଦିନରୁ କମ୍ ହେବ ।
